Mon. Jun 29th, 2026

ନ୍ୟୁଜ ଡେକ୍ସ : ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୋମବାର ଓଡ଼ିଶାର ୮ଟି ଜିଲ୍ଲା ପାଇଁ ତତ୍କାଳ ପାଣିପାଗ ସତର୍କତା ଜାରି କରିଛି। ଆଗାମୀ ୩ ଘଣ୍ଟା ମଧ୍ୟରେ ନୟାଗଡ଼, ଅନୁଗୁଳ, କେନ୍ଦୁଝର, ଗଞ୍ଜାମ, ଖୋର୍ଦ୍ଧା (ଭୁବନେଶ୍ୱର ସମେତ), କଟକ, ଯାଜପୁର ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହି ସମୟରେ ଘଣ୍ଟାପ୍ରତି ସର୍ବାଧିକ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି। ଏଥିପାଇଁ ଲୋକଙ୍କୁ ସତର୍କ ରହିବା ସହ ପାଣିପାଗ ସମ୍ପର୍କିତ ସୂଚନା ଉପରେ ନିୟମିତ ନଜର ରଖିବାକୁ ପରାମର୍ଶ ଦିଆଯାଇଛି।ଆଇଏମଡିର ସକାଳ ବୁଲେଟିନ ଅନୁସାରେ, ଜୁନ୍ ୨୯ରୁ ଜୁଲାଇ ୪ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ କେତେକ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ଝଡ଼ବର୍ଷା ଏବଂ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ।ପାଣିପାଗ ବିଭାଗ ପକ୍ଷରୁ ବଜ୍ରପାତ ସମୟରେ ଖୋଲା ସ୍ଥାନରେ ନ ରହିବା, ବଡ଼ ଗଛ ତଳେ ଆଶ୍ରୟ ନ ନେବା ଏବଂ ଆବଶ୍ୟକ ନ ଥିଲେ ବାହାରକୁ ନ ଯିବା ପାଇଁ ସାଧାରଣ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *