Mon. Dec 23rd, 2024

ନ୍ୟୁଜ ଡେକ୍ସ: ଶନିବାର ପୁଣି ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ନଭେମ୍ବର ଶେଷ ‘ସୁଭଦ୍ରା’ ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ, ଖୁବ୍‌ ଶୀଘ୍ର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଘୋଷଣା ହେବା ନେଇ ଅକ୍ଟୋବର ୩୦ ବୁଧବାରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଥିଲେ। ବାଦ୍‌ ପଡିଥିବା ସବୁ ଅଙ୍ଗନବାଡି କର୍ମୀଙ୍କୁ ତୃତୀୟ ପର୍ଯ୍ୟାୟରେ ମିଳିବ ସୁଭଦ୍ରା ଟଙ୍କା। କୌଣସି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡିବେନି ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ। ଏଣେ ପୁଣି ତିଆରି ହେବ ସୁଭଦ୍ରା ଯୋଜନାର ଗାଇଡଲାଇନ୍। ତେବେ ଅଯୋଗ୍ୟ ହୋଇଥିବା ହିତାଧିକାରୀଙ୍କୁ କେମିତି ପୁଣି ଥରେ ସୁଭଦ୍ରା ଯୋଜନାରେ ସାମିଲ କରାଯିବ,ସେନେଇ ନୂଆ ଗାଇଡ଼ ଲାଇନ ଆସିବ।ଏନେଇ ଗତକାଲି ବିଭାଗର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୁଭଦ୍ରା ଯୋଜନାରେ ଅଯୋଗ୍ୟ ଘୋଷିତ ହେଇଥିବା ୨ ଲକ୍ଷ ୬୭ ହଜାର ରିଜେକ୍ଟ ଲିଷ୍ଟ ଉପରେ ଏହି ବୈଠକରେ ଆଲୋଚନା ହୋଇଛି।

ଆଉ କେଉଁ ଆଧାରରେ କେମିତି ସେମାନଙ୍କର ଭେରିଫିକେସନ୍ କରାଯିବ ସେନେଇ ନିଷ୍ପତ୍ତି ହୋଇଛି। ମହିଳାମାନେ ସଶକ୍ତ ହେଲେ ଓଡ଼ିଶାର ବିକାଶ ହେବ। ମହିଳାଙ୍କ ଶକ୍ତି ଓ ସାମର୍ଥ୍ୟ ରାଜ୍ୟ ବିକାଶର ମୂଳମନ୍ତ୍ର। ଏହାକୁ ହୃଦୟଙ୍ଗମ କରି କେନ୍ଦ୍ର ସରକାର ଆଗାମୀ ଦିନରେ ଓଡ଼ିଶାକୁ ସୁନାର ଓଡ଼ିଶାରେ ପରିଣତ କରିବେ ବୋଲି ଜନତା ମଇଦାନରେ ନିଜ ଜନ୍ମଦିନରେ ବହୁ ଆକାଂକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।

Leave a Reply

Your email address will not be published. Required fields are marked *