ନ୍ୟୁଜ ଡେକ୍ସ: ସୁନ୍ଦରଗଡ ଜିଲା ହେମଗିର ଥାନା ସ୍ଥିତ କନ୍ଦାଧୁଡା ଓ ଟପରିଆ ରାସ୍ତାରେ ଛିଡା ହୋଇଥିବା ଟ୍ରଲରକୁ ପଛରୁ ଧକ୍କା ଦେଲା ମାରୁତି ଇକୋ। ଫଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ହେମଗିର ପୋଲସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ମୁତାବକ, ଆଜି ସକାଳେ କିଛି ଲୋକ ସଂକୀର୍ତ୍ତନ ସାରି ପିକଅପ୍ ଭ୍ୟାନ୍ରେ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରେଲରକୁ ପିକଅପ୍ ଭ୍ୟାନ୍ଟି ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଆହତ ହୋଇଥିଲେ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ପୁଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି। ଘନ କୁହୁଡ଼ି ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି।