ନ୍ୟୁଜ ଡେକ୍ସ: ଝାଡଖଣ୍ଡରେ ଶନିବାର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରାଜ୍ୟରେ ଅନେକ ସ୍ଥାନରେ ସକାଳ ୯ଟା ୨୦ରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ରେକର୍ଡ କରାଯାଇଛି ।
ତେବେ ସୂଚନା ମୁତାବକ, ଆଜି ସକାଳ ପ୍ରାୟ ୯ଟା ୨୦ରେ ପ୍ରଥମେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା। ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚି ଓ ଜମସେଦପୁରରେ ଏହି ଝଟକା ଅନୁଭୂତ ହୋଇଛି । ଏହାର ଝଟକା ପ୍ରାୟ ୫ ସେକେଣ୍ଡ ପର୍ଯ୍ୟନ୍ତ ଅନୁଭୂତ ହୋଇଥିଲା। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ମିଳିନି। ଏହି ଭୂମିକମ୍ପର କେନ୍ଦ୍ର ସ୍ଥଳ ଝାଡ଼ଖଣ୍ଡର ଖରସାବାଁ ଜିଲ୍ଲାରୁ ୧୩ କିମି ଦୂରରେ ଥିବା ଜଣାଯାଇଛି।
ରାଞ୍ଚି ଓ ଜମସେଦପୁରର ଆଖପାଖ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିଯୋଗୁ ଲୋକେ ଭୟଭୀତ ହୋଇପଡିଥିବା ବେଳେ ଘରୁ ବାହାରକୁ ଚାଲି ଆସିଥିଲେ। ତେବେ ଏହି ଭୂକମ୍ପରେ କୌଣସି ଧନଜୀବନ ହାନୀ ହୋଇ ନ ଥିବା ଜଣାନାହିଁ।