Mon. Dec 23rd, 2024

ନ୍ୟୁଜ ବ୍ୟୁରୋ: ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀ ବଳଭଦ୍ର। ଆଜି ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି।

ବଡ଼ ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉ ଥିବାବେଳେ ଏହି ବେଶରେ ହରି ଓ ହରଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ | ତେବେ କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ରତ୍ନସିଂହାସନରେ ଅଧିଷ୍ଟିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି । ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯିବ ।‌

କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିବେ। ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିବେ ଭକ୍ତ ।‌

Leave a Reply

Your email address will not be published. Required fields are marked *