Mon. Dec 23rd, 2024

ନ୍ୟୁଜ ବ୍ୟୁରୋ: ଉତ୍ତରାଖଣ୍ଡର ଅଲମୋରାରେ ସୋମବାର ସକାଳେ ଖାଇକୁ ଯାତ୍ରୀବାହୀ ବସ୍‌ ଖସି ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ୩୮ରେ ପହଞ୍ଚିଛି। ଗୁରୁତର ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ମୃତକଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି କୁହାଯାଉଛି। ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ମାର୍ଚ୍ଚୁଲାର ସଲ୍‌ଟ ଅଞ୍ଚଳରେ ଦୁର୍ଘଟଣାସ୍ଥଳରେ ଜାତୀୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏନଡିଆରଏଫ) ଏବଂ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏସଡିଆରଏଫ)ର ପୁଲିସ ଏବଂ ଟିମ୍ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ସୂଚନାନୁସାରେ, ବସ୍‌ର ଓଭରଲୋଡିଂ ଦୁର୍ଘଟଣା ପଛର କାରଣ ହୋଇଥାଇପାରେ। ଆଲ୍‌ମୋରା ପୁଲିସ୍‌ ଅଧୀକ୍ଷକ ଦେବେନ୍ଦ୍ର ପିଞ୍ଚା କହିଛନ୍ତି ଯେ ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି।

ଦୁର୍ଘଟଣା ଘଟିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୃତକଙ୍କ ପରିବାର ପାଇଁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ମୃତକଙ୍କ ପରିବାର ପାଇଁ ପ୍ରତ୍ୟେକଙ୍କୁ ୪ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ପ୍ରତ୍ୟେକଙ୍କୁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି ବୋଲି ନ୍ୟୁଜ୍ ଏଜେନ୍ସି ଏଏନ୍‌ଆଇ ରିପୋର୍ଟ କରିଛି।

Leave a Reply

Your email address will not be published. Required fields are marked *