Sun. Apr 19th, 2026

ନ୍ୟୁଜ ଡେକ୍ସ: ରାଜ୍ୟରେ ବର୍ତ୍ତମାନ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନ ଥିବାବେଳେ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହୁଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇଥିବାବେଳେ ଅନ୍ୟାନ୍ୟ ସ୍ଥାନରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ।

ଅନ୍ୟପଟେ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇଥିବାବେଳେ ଅନ୍ୟାନ୍ୟ ସ୍ଥାନରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ । ଏହାସହ ଆଗାମୀ ୭ ଦିନ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୧୬ ତାରିଖ ପରେ ରାଜ୍ୟରେ ଶୀତ ବଢ଼ିପାରେ।

ବୁଧବାର କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନକୁ ବାଦ୍‌ ଦେଲେ ଅନ୍ୟାନ୍ୟ ସ୍ଥାନରେ ପାଗ ପ୍ରାୟ ଶୁଖିଲା ରହିବ। ଆସନ୍ତା ୩ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହେବ ନାହିଁ। ମାତ୍ର ପରବର୍ତ୍ତୀ ୪ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇପାରେ।

Leave a Reply

Your email address will not be published. Required fields are marked *