ନ୍ୟୁଜ ଡେକ୍ସ: ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଝଟକା ଲାଗିଛି। ମହିଳା ଆଇଆଇସିଙ୍କୁ ଧକ୍କା ମାରିବା ଘଟଣାରେ ଆଗୁଆ ଜାମିନ ପାଇଁ ଜୟନାରାୟଣ କରିଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି।
ସୂଚନା ମୁତାବକ, ୨୦୨୩ ମସିହା ଫେବ୍ରୁଆରୀ ୧୫ ତାରିଖରେ ସମ୍ବଲପୁର ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ଆନ୍ଦୋଳନ ବେଳେ ପୁଲିସ ସହ ବିଜେପି କର୍ମୀ ମୁହାଁମୁହିଁ ହୋଇଥିଲେ। ଏହି ସମୟରେ ଜୟ ନାରାୟଣ ମହିଳା ଆଇଆଇସିଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ଥାନାରେ ଏତଲା ଦେଇଥିଲେ ଖୋଦ ମହିଳା ଆଇଆଇସି। ଗତବର୍ଷ ଫେବ୍ରୁଆରୀ ୧୫ରେ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ବେଳେ ପୁଲିସ ଏବଂ ଆନ୍ଦୋଳନକାରୀ ମୁହାଁମୁହିଁ ହୋଇଥିଲେ ।
ଏହି ସମୟରେ ଜୟନାରାୟଣ ତତ୍କାଳୀନ କାର୍ଯ୍ୟରତ ଧନୁପାଲୀ ଥାନା ଆଇଆଇସି ଅନିତା ପ୍ରଧାନଙ୍କୁ ଧକ୍କା ମାରିଥିବା ଅଭିଯୋଗ ହୋଇଥିଲା । ଆଇଆଇସି ଜୟନାରାୟଣଙ୍କୁ ମାଡ଼ ମାରିଥିବା ନେଇ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଥିଲା।