Mon. Dec 23rd, 2024

ନ୍ୟୁଜ ଡେକ୍ସ: ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ ହେଉଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଉଦଘାଟନ କରିବେ। ଏଥର ଉପର ଓ ତଳ ପଡ଼ିଆ ମିଶାଇ ମୋଟ ୨୫ ଶହରୁ ଉର୍ଦ୍ଧ ଷ୍ଟଲ୍ ଖୋଲିବ ବୋଲି ପ୍ରଶାସନ ତରଫରୁ କୁହାଯାଇଛି।

ଏଥିରେ ୧୩ଟି ରାଷ୍ଟ୍ରର ରାଷ୍ଟ୍ରଦୂତ ଏବଂ ଉଚ୍ଚାୟୁକ୍ତ (ହାଇ କମିସନର) ଯୋଗଦେବେ। ଗଣକବି ବୈଷ୍ଣବ ପାଣି ମଞ୍ଚରେ ପଦ୍ମଶ୍ରୀ ଅନୁପ ଜଲୋଟାଙ୍କ ଭଜନ ସହ ଇଣ୍ଡୋନେସିଆ ବାଲିର ସଂସ୍କୃତିକୁ ନେଇ ଅନ୍ତର୍ଜାତୀୟ କଳାକାରଙ୍କ ଦ୍ବାରା ନୃତ୍ୟ ପରିବଷେଣରେ ଆରମ୍ଭ ହେବ ପ୍ରଥମ ସାଂସ୍କୃତିକ ସନ୍ଧ୍ୟା। ଅକ୍ଷୟ ମହାନ୍ତି ମଞ୍ଚରେ ପଙ୍କଜ ଜାଲ ସଙ୍ଗୀତ ପରିବେଷଣ କରିବା କାର୍ଯ୍ୟକ୍ରମ ରହିଛି। ଜିଲାପାଳ ଦତ୍ତାତ୍ରୟ ଭାଉ ସାହେବ ସିନ୍ଦେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ଚଳିତ ବର୍ଷ ବାଲିଯାତ୍ରାରେ ପିଠା ମହୋତ୍ସବ ଆରମ୍ଭ ହେବ। ଭାରତ ବ୍ୟତୀତ ଅନ୍ୟ କିଛି ଦେଶରେ ବି ବିଭିନ୍ନ ପ୍ରକାର ପିଠା ପ୍ରସ୍ତୁତ ହୁଏ। ତେଣୁ ଆମ ରାଜ୍ୟବାସୀ ସେମାନଙ୍କ ପିଠାର ମଜା ଉଠାଇ ପାରିବେ ଓ ସେମାନେ ଆମ ପିଠାର ସ୍ୱାଦ ଚାଖି ପାରିବେ । ସେହିପରି ପ୍ରଥମଥର ପାଇଁ ବାଲିଯାତ୍ରାକୁ ଆସିଛି ସୁନାମି ଓ ଫ୍ରିସ-ବି ଦୋଳି। ଯାହା ଦର୍ଶକଙ୍କୁ ବେଶ୍ ମନୋରଞ୍ଜନର ଖୋରାକ ଦେବ। ଚଳିତବର୍ଷ ବାଲିଯାତ୍ରା ‘କଟକ ଇନ୍ କଟକ’ରେ ଦେଖିବାକୁ ମିଳିବ ଓଡିଆ ଚଳଚ୍ଚିତ୍ର ଇତିହାସର ଝଲକ।

Leave a Reply

Your email address will not be published. Required fields are marked *