Sun. Feb 22nd, 2026

ନ୍ୟୁଜ ଡେକ୍ସ: ମହାରାଷ୍ଟ୍ରରୁ ଅଣାଯାଇ ଗୁରୁବାର ସନ୍ଧ୍ୟାରେ ସିମିଳିପାଳ ଅଭୟାରଣ୍ୟରେ ପହଞ୍ଚିଥିବା ବାଘୁଣୀ ଜିନ୍ନତ ଖୁଆଡ଼ ଭିତରେ ପ୍ରଥମ ଶିକାର କରିଛି। ଶୁକ୍ରବାର ରାତି ପ୍ରାୟ ୧୦ଟାରେ ଜିନ୍ନତ ରହୁଥିବା ସ୍ଵତନ୍ତ୍ର ଖୁଆଡ଼ ଭିତରକୁ ଏକ ବାରହା ଛଡ଼ାଯାଇଥିଲା।

ଯାହାକୁ ଗୋଡ଼ାଇ ଗୋଡ଼ାଇ ଶିକାର କରିଥିଲା ଜିନ୍ନତ। ସିମିଳିପାଳରେ ପହଞ୍ଚିବା ପରେ ଜିନ୍ନତର ଏହା ପ୍ରଥମ ଶିକାର ଥିଲା। ତେବେ ସୂଚନା ମୁତାବକ, ଗତକାଲି ତାକୁ ଚହଲାସ୍ଥିତ ଏନକ୍ଲୋଜରରେ ଛଡ଼ାଯାଇଥିଲା। ସଫ୍ଟ ଏନକ୍ଲୋଜରରେ ଚାପମୁକ୍ତ ହୋଇ ଦୁଇଟି ଶିକାର କରି ପରିବେଶ ସହ ଖାପ ଖୁଆଇବା ପରେ ଜିନତକୁ ଉତ୍ତର ଶିମିଳିପାଳ କୋରକୁ ଛଡ଼ାଯିବ।

ଅକ୍ଟୋବର ୨୮ତାରିଖରେ ସଫ୍ଟ ଏନକ୍ଲୋଜରରେ ଛଡ଼ାଯାଇଥିବା ଅଢ଼େଇ ବର୍ଷୀୟା ମରାଠା ବାଘୁଣୀ ଯମୁନା ଦୁଇଟି ଶିକାର କରିବା ପରେ ତା’କୁ ନିକଟରେ ଦକ୍ଷିଣ ଶିମିଳିପାଳର କୋରକୁ ଛଡ଼ାଯାଇଥିଲା। ଏବେ ସେ ସେଠି ମୁକ୍ତ ବିଚରଣ କରୁଛି।

Leave a Reply

Your email address will not be published. Required fields are marked *