Mon. Dec 23rd, 2024

ନ୍ୟୁଜ ଡେକ୍ସ: ଶେଷ ହୋଇଛି ଧର୍ମ ମାସ କାର୍ତ୍ତିକ । ନିଜ ନିଜ ଘରକୁ ଫେରିବେ ହବିଷ୍ୟାଳି । ସେପଟେ କାର୍ତ୍ତିକ ମାସ ଶେଷ ହେବା ଶ୍ରୀମନ୍ଦିରରୁ ହଟିଛି କାର୍ତ୍ତିକ କଟକଣା । ଆଜିଠୁ ପୁଣିଥରେ ଶ୍ରୀମନ୍ଦିରର ଚାରିଦ୍ବାର ଦେଇ ଭିତରକୁ ପ୍ରବେଶ କରିପାରିବେ ଭକ୍ତ ।

ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ସୂଚନା ମୁତାବକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ- ଆଜିଠୁ ୪ ଦ୍ୱାର ଦେଇ ସାଧାରଣ ଦର୍ଶନାର୍ଥୀ ପ୍ରବେଶ କରିବେ, କିନ୍ତୁ କେବଳ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ। ସିଂହ ଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାର ଦେଇ ଶ୍ରଦ୍ଧାଳୁ ପ୍ରସ୍ଥାନ କରିବେ। ହେଲେ ସେବକ ଓ ତାଙ୍କ ପରିବାର ଲୋକେ କିନ୍ତୁ ସମସ୍ତ ୪ ଦ୍ୱାର ଦେଇ ପ୍ରବେଶ ସହ ପ୍ରସ୍ଥାନ କରିପାରିବେ।

କାର୍ତ୍ତିକ ମାସ ପାଇଁ ଗତ ୧୮ ତାରିଖରୁ ଭକ୍ତମାନେ ସିଂହଦ୍ୱାର ଏବଂ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରୁଥିଲେ, ହେଲେ ଅହେତୁକ ଭିଡ଼ ପାଇଁ ପଞ୍ଚୁକ ୪ ଦିନ ପଶ୍ଚିମ ଦ୍ୱାର ରବାଟେ ବି ପ୍ରବେଶ କଟକଣା ଲଗାଇ କେବଳ ସିଂହଦ୍ୱାର ବାଟେ ଭକ୍ତଙ୍କୁ ଛଡ଼ା ଯାଉଥିଲା।

Leave a Reply

Your email address will not be published. Required fields are marked *