ନ୍ୟୁଜ ଡେକ୍ସ: ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୩ ତେରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସୂଚନା ଅନୁଯାଇ, କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପାଣିପାଗ ବିଭାଗ ଆକଳନ କରିଛି। ଗୁରୁବାର ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। କ୍ରମେ ଆହୁରି ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବା ନେଇ ଆଶଙ୍କା କରାଯାଇଛି। ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅବପାତ ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ତାହା ଏଯାଏଁ ସ୍ପଷ୍ଟ ହୋଇ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ସେପଟେ କ୍ଷେତରେ ଧାନ ହସୁଥିବା ବେଳେ ଚାଷୀ ଭାଇଙ୍କ ଚିନ୍ତା ବଢାଇଲାଣି ଆଉ ଲଘୁଚାପ । ଧାନ ଅମଳ ସମୟ ହୋଇଥିବା ବେଳେ ଏବେ ପୁଣି ରାଜ୍ୟରେ ବର୍ଷା ଚାଷ ପ୍ରତି ବିପଦ ଆଣିପାରେ ।