ନ୍ୟୁଜ ଡେକ୍ସ: ଆଉ ୬ମାସ ବଢିଲା ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ । ଚଳିତମାସରେ ଶେଷ ହେଉଥିବା ରାଜ୍ୟର ୩ ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ଆଉ ୬ମାସ ବୃଦ୍ଧି କରିଛନ୍ତି ।
ସେଗୁଡିକ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ । ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ, ଉତ୍କଳ ବିଶ୍ବବିଦ୍ୟାଳୟ ଓ ଗଙ୍ଗାଧର ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସରଙ୍କ କାର୍ଯ୍ୟକାଳ ୬ମାସ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି । ନୂଆ କୁଳପତି ନିଯୁକ୍ତି ପର୍ଯ୍ୟନ୍ତ କିମ୍ବା ୬ ମାସ ପର୍ଯ୍ୟନ୍ତ କୁଳପତି ଭାବେ ସେମାନେ କାର୍ଯ୍ୟ କରିପାରିବେ ବୋଲି କୁହାଯାଇଛି।
ଏହି ୩ଟି ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ଚୟନ ପାଇଁ ଏପର୍ଯ୍ୟନ୍ତ ଉଚ୍ଚଶିକ୍ଷା ବିଭାଗ ବିଜ୍ଞାପନ ଜାରି କରିନଥିବା କାରଣରୁ ଯାହାକୁ ନେଇ ରାଜ୍ୟପାଳ ଗୁରୁବାର ସମ୍ପୃକ୍ତ କୁଳପତିମାନଙ୍କ କାର୍ଯ୍ୟକାଳକୁ ଆଉ ୬ମାସ ବୃଦ୍ଧି କରିଛନ୍ତି ।