Mon. Dec 23rd, 2024

ଡିନ୍ୟୁଜ ଡେକ୍ସ: ରାଜ୍ୟ ସରକାର ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି। ୧୨ ଜଣ ଆଇଏଏସଙ୍କୁ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଓଏମଡି ଏମଡିରେ ପରିବର୍ତ୍ତନ କରାଯାଇଛି। ସୁଧାଂଶୁ ମୋହନ ସାମଲଙ୍କୁ ଓଏମସି ଏମଡି ଭାବେ ଦାୟିତ୍ବ ଦିଆଯାଇଛି। ଏହା ସହ ସେ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବରେ ରହିବେ।

ମୋଟ ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଛି। ୨୦୦୮ ବ୍ୟାଚ୍ ଆଇଏଏସ୍ ଯାମିନୀ ଷଡ଼ଙ୍ଗୀଙ୍କୁ ବାଣିଜ୍ୟକର ଓ ଜିଏସଟି କମିଶନର ଭାବେ ଅବସ୍ଥାପିତ କରାଯାଇଛି। ସେ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ୨୦୧୦ ବ୍ୟାଚ୍ ଆଇଏଏସ୍ ସୁଧାଂଶୁ ମୋହନ ସାମଲଙ୍କୁ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଆଇଏଏସ୍ ବଳବନ୍ତ ସିଂ ଏବେ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି। ସେହିପରି ୨୦୧୧ ବ୍ୟାଚ୍ ଆଇଏଏସ୍ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଶ୍ରମ କମିଶନର ଭାବେ ବଦଳି କରାଯାଇଛି। ଏବେ ଶ୍ରମ କମିଶନର ଭାବେ ଆଇଏଏସ୍ କୁଲାଙ୍ଗେ ବିଜୟ ଅମୃତ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି। ସେହିପରି ସ୍ମିତା ରାଉତଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦେଶିକା ଭାବେ ଦାୟିତ୍ବ ଦିଆଯାଇଛି।

ତ୍ରିଲୋଚନ ମାଝୀଙ୍କୁ ଗୃହ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି। ଯାମିନି ଷଡଙ୍ଗୀଙ୍କୁ ସିଟି ଆଣ୍ଡ ଜିଏସଟି କମିଶନର ଓ ଇନ୍ଦ୍ରମଣୀ ତ୍ରିପାଠୀଙ୍କୁ ନୂଆ ଶ୍ରମ କମିଶନର ଭାବେ ଦାୟିତ୍ବ ଦିଆଯାଇଛି। ବିଜୟ ପୃଷ୍ଟିଙ୍କୁ ଇଷ୍ଟେଟ ନିର୍ଦେଶକ ଓ ଦୀପଙ୍କର ମହାପାତ୍ରଙ୍କୁ କ୍ରୀଡା ନିର୍ଦେଶକ ଭାବେ ନିଯୁକ୍ତ କରାଯାଇଛି।

Leave a Reply

Your email address will not be published. Required fields are marked *