Mon. Dec 23rd, 2024

ନ୍ୟୁଜ ଡେକ୍ସ: ପୁଣି ଆସୁଛି ବର୍ଷା । ଆସନ୍ତାକାଲିଠାରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି। ଦୁଇ ଦିନ ଲାଗି ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପଶ୍ଚିମା ଝଡ ପ୍ରଭାବରେ ବର୍ଷା ସହ ଘନ କୁହୁଡି ଦେଖିବାକୁ ମିଳିବ ବୋଲି ପୂର୍ବାନୁମାନ କରଛି ପାଣିପାଗ ବିଭାଗ ।

ଆଜି ଏବଂ କାଲି ଘନ କୁହୁଡି ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଶ୍ରୀ ଦାସ ତାଙ୍କ ‘ଏକ୍ସ’ରେ ଲେଖିଛନ୍ତି, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ଗତି କରି ଆଗାମୀ ୨୪ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ତାମିଲନାଡୁ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ନିକଟସ୍ଥ ହେବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଓଡ଼ିଶା ଉପରେ ଏକ ପୂର୍ବଳୀ ନିମ୍ନଚାପ ରେଖା ସୃଷ୍ଟି ସମ୍ଭାବନା ହେତୁ ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟ ବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବା ସହ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାରେ ମେଘୁଆ ଆକାଶ ସହ ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବର୍ଷା ପୂର୍ବାନୁମାନ ନେଇ କରାଯାଇଥିବା ଏକ୍ସ ପୋଷ୍ଟରେ କୁହାଯାଇଛି ଯେ ୨୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର କୌଣସି ସ୍ଥାନରେ ବର୍ଷା ହେବା ସମ୍ଭାବନା ନାହିଁ।

ତେବେ ୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ଆଠଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କିଛି କିଛି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱରରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Leave a Reply

Your email address will not be published. Required fields are marked *