Thu. Oct 23rd, 2025

ନ୍ୟୁଜ ଡେକ୍ସ: ଏଥର ନୂଆବର୍ଷ ଉତ୍ସବ ପାଳିବେନି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ମନମୋହନ ସିଂହଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ ନବୀନ ବୁଧବାର ନୂଆବର୍ଷ କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ । ତେଣୁ ଅଭିନନ୍ଦନ ପାଇଁ ଆସନ୍ତକାଲି ନବୀନ ନିବାସକୁ ନ ଆସିବା ପାଇଁ ଶ୍ରୀ ପଟ୍ଟନାୟକ ଶୁଭେଚ୍ଛୁ ମାନଙ୍କୁ ଅନୁରୋଧ ଜଣାଇଛନ୍ତି ।

ଗତକାଲି ନବୀନ ନିଜ ନିର୍ବାଚନମଣ୍ଡଳୀ ଗସ୍ତ କରି କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି କ୍ଷୟକ୍ଷତି ସମ୍ପର୍କରେ ପଚାରି ବୁଝିଥିଲେ । ପରେ ସେ କହିଥିଲେ, ମୁଁ ଆପଣଙ୍କ ଚାଷ କ୍ଷୟକ୍ଷତି ଦେଖିଲି, ଦୁଃଖ ଲାଗିଲା ସରକାର ଯଥାଶୀଘ୍ର କ୍ଷତିପୂରଣ ଦେବା ଉଚିତ । ଚାଷ କ୍ଷତି ହେଲେ ତୁରନ୍ତ ସହାୟତା ଦେଉଥିଲା ମୋ ସରକାର । ଆଜି ମଧ୍ୟ ବିରୋଧୀ ଦଳ ନେତା ଦିନିକିଆ ପୁରୀ, ଜଗତସିଂହପୁର କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲା ଗସ୍ତରେ ଯାଇ ଅଦିନିଆ ବର୍ଷାରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ପରଖିଥିଲେ ।

ପୁରୀର ସତ୍ୟବାଦୀ, କଟକର ସାଲେପୁର ଜଗତସିଂହପୁରର ବାଲିକୁଦା ଓ କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇ, ଅଞ୍ଚଳରେ କ୍ଷତ୍ରିଗ୍ରସ୍ତ ଚାଷ ଜମି ବୁଲି ଦେଖିଥିଲେ । ଏହି ସମୟରେ ହଜାର ହଜାର ଚାଷୀ, ମହିଳା ନବୀନ ପଟ୍ଟନାୟକଙ୍କୁ ଭେଟି ସେମାନଙ୍କ ଦୁଃଖ ଜଣାଇଥିଲେ ।

Leave a Reply

Your email address will not be published. Required fields are marked *