Thu. Oct 23rd, 2025

ନ୍ୟୁଜ ଡେକ୍ସ: ଜାନୁଆରୀ ୩ ଅର୍ଥାତ ଶୁକ୍ରବାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ଡ. କେ. ହରିବାବୁ। ଆସନ୍ତାକାଲି ଅପରାହ୍ନ ୨ଟାରେ ଭୁବନେଶ୍ୱର ସ୍ଥିତି ରାଜଭବନ ପହଞ୍ଚିବେ। ଶୁକ୍ରବାର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି। ଏହି ଶପଥ ଗ୍ରହଣ ସମାରୋହ ମୁଖ୍ୟମନ୍ତ୍ରୀମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ଏବଂ କ୍ୟାବିନେଟ୍ ମନ୍ତ୍ରୀଙ୍କ ସହ ବରିଷ୍ଠ ପ୍ରଶାସନିକ ଅଧିକାରୀ ସାମିଲ୍ ହେବେ। ସୂଚନା ଅନୁଯାୟୀ ନବନିଯୁକ୍ତ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଗୁରୁବାର ଅପରାହ୍ଣ ୩ଟା ବେଳେ ଭୁବନେଶ୍ୱରରେ ପହଞ୍ଚିବେ ।

ଏହା ପରେ ସେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।ହରି ବାବୁ କମ୍ଭମପତି ୨୦୨୧ ଜୁଲାଇ ୧୯ତାରିଖରେ ମିଜୋରାମର ରାଜ୍ୟପାଳ ଭାବେ ଶପଥ ନେଇଥିଲେ । ତେବେ ନିକଟରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଥିଲେ ଏବଂ ତାଙ୍କ ସ୍ଥାନରେ ମିଜୋରାମର ରାଜ୍ୟପାଳ ଥିବା ଡକ୍ଟର ହରି ବାବୁ କମ୍ଭମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ । ୧୯୯୧ରୁ ୧୯୯୩ ପର୍ଯ୍ୟନ୍ତ ହରି ବାବୁ ଭାରତୀୟ ଜନତା ପାର୍ଟିର ଆନ୍ଧ୍ର ପ୍ରଦେଶ ରାଜ୍ୟ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟ ଥିଲେ।

ପୁଣି ୧୯୯୩ରୁ ୨୦୦୩ ମଧ୍ୟରେ ଆନ୍ଧ୍ର ପ୍ରଦେଶର ସାଧାରଣ ସମ୍ପାଦକ ଭାବରେ କାର୍ଯ୍ୟ କରିଥିଲେ। ୧୯୯୯ରେ ହରି ବାବୁ ବିଶାଖାପାଟନମ୍ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ। ୨୦୦୩ରେ ଆନ୍ଧ୍ରପ୍ରଦେଶ ବିଜେପିର ବିଧାନସଭାର ନେତା ଭାବେ ଦଳ ଦାୟିତ୍ଵ ଦେଇଥିଲା । ୨୦୧୪ ମାର୍ଚ୍ଚରେ ସେ ବିଜେପିର ରାଜ୍ୟ ସଭାପତି ଭାବରେ ନିର୍ବାଚିତ ହୋଇଥିଲେ ।

Leave a Reply

Your email address will not be published. Required fields are marked *