ନ୍ୟୁଜ ଡେକ୍ସ: ବଢିଲା ସୁଭଦ୍ରା ଯାଞ୍ଚ ସମୟ । ଏବେ ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଆଜି ଚତୁର୍ଥ ପର୍ଯ୍ୟାୟ ଟଙ୍କା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା । ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ।
ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ୨ଟି କିସ୍ତି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।ବର୍ତ୍ତମାନ ସୁଭଦ୍ରା ଯୋଜନାରେ ୧ କୋଟି ୬ ଲକ୍ଷରୁ ଅଧିକ ଆବେଦନ ପଞ୍ଜୀକୃତ ହୋଇଛି। ଏହା ମଧ୍ୟରୁ ୮୦,୨୯.୭୪୨୧ ଜଣଙ୍କ ଆବେଦନକୁ (ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ) ମଞ୍ଜୁର କରାଯାଇଛି। ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି।
ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ନଥିବା ଅବଶିଷ୍ଟ ଆବେଦନଗୁଡ଼ିକ ବିଚାରାଧୀନ ଅଛି। ବର୍ତ୍ତମାନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆବେଦନ କରିବାର କୌଣସି ଶେଷ ତାରିଖ ରଖାଯାଇ ନଥିଲା। ଆଜି ରାଜ୍ୟ କ୍ୟାବିନେଟ୍ରେ ଏହି ପଞ୍ଜୀକରଣର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୨୦୨୪-୨୫ ଆର୍ଥିକ ବର୍ଷର ସୁଭଦ୍ରା ପଞ୍ଜୀକରଣ ଶେଷ ହେବ ବୋଲି ନିଷ୍ପତ୍ତି ହୋଇଛି।
