Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୁବନେଶ୍ବର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ସୁନ୍ଦରଗଡ, କନ୍ଧମାଳ ଏବଂ କୋରାପୁଟରେ ଘନ କୁହୁଡି ଅନୁଭୁତ ହେବ।

ସୂଚନାନୁଯାୟୀ, ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୮ ଡିଗ୍ରୀ ସେଲସିୟସ୍, କୋରାପୁଟରେ ୯.୪ ଡିଗ୍ରୀ ରହିଥିଲା । ଫୁଲବାଣୀରେ ୧୦, ରାଉରକେଲାରେ ୧୧.୩, ଅନୁଗୁଳରେ ୧୧.୬, ଭଦ୍ରକରେ ୧୧.୮, ଝାରସୁଗୁଡ଼ା ଓ ଭବାନୀପାଟଣାରେ ୧୨ ଡିଗ୍ରୀ ରହିଥିଲା । ଅଧିକାଂଶ ସ୍ଥାନର ତାପମାତ୍ରା ୧୩ ଡିଗ୍ରୀରୁ ଅଧିକ ରେକର୍ଡ ହୋଇଥିଲା । ଆଗକୁ ରାତି ତାପମାତ୍ରା ବଢ଼ିବ ଓ ଶୀତ ଆହୁରି କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

୯ ତାରିଖରେ ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର, ଗଞ୍ଜାମ ଏବଂ କଳାହାଣ୍ଡିରେ ହାଲୁକା କୁହୁଡି ନେଇ ସତର୍କତା ଜାରି କରାଯାଇଛି। ବିଶେଷ କରି ରାତି ୨ ଟାରୁ ସକାଳ ୧୦ ପର୍ଯ୍ୟନ୍ତ ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ରାସ୍ତାରେ ନଜର ରଖିବାକୁ ପରିବହନ ବିଭାଗକୁ ସତର୍କ କରାଯାଇଛି। ବର୍ତ୍ତମାନ ସାରା ରାଜ୍ୟରେ ଶୁଖିଲା ପାଗ ରହିଥିବା ବେଳେ ୭ଦିନ ଯାଏଁ ଏଭଳି ପାଗ ଲାଗି ରହିବ ।

Leave a Reply

Your email address will not be published. Required fields are marked *