Sat. Feb 21st, 2026

ନ୍ୟୁଜ ଡେକ୍ସ: ଖୁବ୍ ଶୀଘ୍ର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡ଼ିଶାରେ ଆରମ୍ଭ ହେବ ନୂଆ ଅଧ୍ୟାୟ। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ପାଦ ଆଗେଇବ ଓଡ଼ିଶା। କାରଣ ରାଜ୍ୟରେ ଖୁବ୍‌ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।

ଆୟୁଷ୍ମାନ ଭାରତ ଯୋଜନାରେ ପ୍ରତିବର୍ଷ ହିତାଧିକାରୀଙ୍କୁ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସରକାରୀ ଓ ବେସରକାରୀ ହସ୍ପିଟାଲ୍ରେ ଚିକିତ୍ସା ମିଳିପାରିବ । ଏଥିରେ କ୍ୟାସ୍ଲେସ୍ ବ୍ୟବସ୍ଥା ରହିଛି । ଯୋଜନା ଜରିଆରେ ଦେଶର ୫୫ କୋଟି ଗରିବ ହିତାଧିକାରୀ ଉପକୃତ ହେବେ । ଯୋଜନା ଲାଗୁ ପରେ ରାଜ୍ୟର ସାଢେ ୩ କୋଟି ଲୋକଙ୍କୁ ମିଳିବ ସ୍ୱାସ୍ଥ୍ୟ କାର୍ଡ । ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନା କାର୍ଡ ମଧ୍ୟ ମିଳିବ । ଏହି ଯୋଜନା ଦ୍ୱାରା ୨୭ ଶହ ହସ୍ପିଟାଲରେ ହିତାଧିକାରୀ ଚିକିତ୍ସା ସୁବିଧା ପାଇପାରିବେ । ଇନ୍ସ୍ୟୁରାନ୍ସ ନୁହେଁ ଲୋକଙ୍କୁ ଆସ୍ୟୁରାନ୍ସ ମୋଡ୍ରେ ଚିକିତ୍ସା ମିଳିବ । ଓଡ଼ିଶାରେ ଜାରି ରହିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ନୂଆ ନାଁ-ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା) ସହ ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ।

ରାଜ୍ୟରେ ଏକ କୋଟି ପରିବାରର ସାଢେ ୩ କୋଟି ଲୋକଙ୍କୁ ଏହି ଯୋଜନାରେ ସାମିଲ କରାଯିବ। ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ୨୯,୬୪୮ ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାତ୍ର ୯୫୭ ହସ୍ପିଟାଲରେ ସ୍ୱାସ୍ଥ୍ୟସେବା ମିଳୁଥିଲା। ଆୟୁଷ୍ମାନ ଭାରତରେ ୧୯୪୯ ପ୍ରକାର ମେଡିକାଲ ସେବାର ସୁବିଧା ରହିଛି।

Leave a Reply

Your email address will not be published. Required fields are marked *