Thu. Oct 23rd, 2025

ନ୍ୟୁଜ ଡେକ୍ସ: ଆଜି ସନ୍ଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ପୋଲିସ୍ ବିଭାଗରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ସମ୍ପର୍କରେ ଆଲୋଚନା ହୋଇଥିଲା ।

ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।ସଡକ ଦୁର୍ଘଟଣା କମ କରିବା, ସାଇବର ଅପରାଧ ଏବଂ ଗଞ୍ଜେଇ ଚାଷକୁ ରୋକିବା ଦିଗରେ ଗୁରୁତ୍ୱ ଦିଆଯାଇଛି। ସଡକ ସୁରକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନେଉଥିବା ଟ୍ରାଫିକ୍ ବ୍ୟବସ୍ଥା ପାଇଁ ଚଳିତ ବର୍ଷ ଆଉ ୨ ହଜାର ନୂତନ ପଦବୀ ସୃଷ୍ଟି ପାଇଁ ନିର୍ଦ୍ଦେଶ ଦେବା ସହିତ ଏହି ପଦବୀ ଗୁଡ଼ିକୁ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ରାଜ୍ୟରେ ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ରାଜ୍ୟର ସମସ୍ତ ଜିଲ୍ଲାରେ ସାଇବର ଥାନା କାର୍ଯ୍ୟକ୍ଷମ କରିବା ପାଇଁ ଆଉ ୨୦ଟି ନୂତନ ସାଇବର ଥାନା ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ପୂର୍ବରୁ କାର୍ଯ୍ୟକ୍ଷମ ଥିବା ଥାନା ଗୁଡିକୁ ଅଧିକ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

ସେହିପରି ରାଜ୍ୟରେ ୨୦୨୪ବର୍ଷରେ ୨୬୩୩ଟି ସାଇବର ଅପରାଧ ମାମଲା ରୁଜ୍ଜୁ ହୋଇଛି । ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ରାଜ୍ୟରେ ବର୍ତ୍ତମାନ ୧୪ଟି ଥାନା କାର୍ଯ୍ୟରତ ଅଛି । ସାଇବର ଠକେଇରେ ସାଧାରଣ ଲୋକମାନେ ବହୁତ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲ୍ଲାରେ ସାଇବର ଥାନା କାର୍ଯ୍ୟକ୍ଷମ କରିବା ପାଇଁ ଆଉ ୨୦ଟି ନୂତନ ସାଇବର ଥାନା ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ପୂର୍ବରୁ କାର୍ଯ୍ୟକ୍ଷମ ଥିବା ଥାନା ଗୁଡିକୁ ଅଧିକ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ସେହିପରି ରାଜ୍ୟରେ ଗଞ୍ଜେଇ ଚାଷ ଓ ଗଞ୍ଜେଇ ଚାଲଣକୁ ରୋକିବା ପାଇଁ ଦୃଢ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ କହିଥିଲେ ।

Leave a Reply

Your email address will not be published. Required fields are marked *