Sat. Feb 21st, 2026

ନ୍ୟୁଜ ଡେକ୍ସ: ରାଜ୍ୟରେ ନିଯୁକ୍ତି ପାଇବେ ୫ ହଜାର ଡାକ୍ତର। କ୍ୟାବିନେଟ ନିଷ୍ପତ୍ତି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା । ଏହାସହ ୧୨୬ ଜଣ ଡେଣ୍ଟାଲ ଡାକ୍ତର ନିଯୁକ୍ତି ହେବାନେଇ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ସୂଚନା ମିଳିଛି।

ଏହି ବୈଠକରେ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସେଥିମଧ୍ୟରୁ ସ୍ୱାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ଵ ଦେଇ ଡାକ୍ତର ପଦବୀ ପୂରଣ ହେବା ନେଇ ମଧ୍ୟ ମଞ୍ଜୁରୀ ମିଳିଛି । ଖୁବ୍‌ଶୀଘ୍ର ୫ ହଜାର ଡାକ୍ତର ପଦ ପୂରଣ ହେବା ସହ ୧୨୪ ‌ଦାନ୍ତ ଡାକ୍ତରଙ୍କୁ ମଧ୍ୟ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।ତେବେ ଓଡ଼ିଶା ଡାକ୍ତରୀ ସ୍ବାସ୍ଥ୍ୟସେବା ନିୟମାବଳୀ-୨୦୧୭କୁ ସଂଶୋଧିତ କରାଯାଇଛି ।

ପୂର୍ବରୁ ଥିବା ଲେବଲ-୭କୁ ୬କୁ ହ୍ରାସ ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏହାଦ୍ବାରା ଡାକ୍ତର ନିଯୁକ୍ତି ପ୍ରକ୍ରିୟା ସହଜ ହୋଇପାରିବ । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଦକ୍ଷ ମାନବ ସମ୍ବଳ ଯୋଗାଇ ଦିଆଯିବ ।

Leave a Reply

Your email address will not be published. Required fields are marked *