ନ୍ୟୁଜ ଡେକ୍ସ: ଜାନୁଆରୀ ୨୭ ତାରିଖ ଅର୍ଥାତ୍ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଜାନୁଆରୀ ୨୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାମ ଥିବାରୁ ଭୁବନେଶ୍ବର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଗାମୀ ଅଭିଯୋଗ ଶୁଣାଣିର ତାରିଖ ବିଭିନ୍ନ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
