Fri. Apr 17th, 2026

ନ୍ୟୁଜ ଡେକ୍ସ: ସକାଳୁ ସକାଳୁ ଟ୍ଵିନସିଟିରେ ଘନ କୁହୁଡ଼ି । ଭୁବନେଶ୍ବର, ପୁରୀ, କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । କୁହୁଡି ଯୋଗୁଁ ଦେଖାଯାଉନି ରାସ୍ତାଘାଟ । ଫଳରେ ଯାତାୟାତ ବାଧାପ୍ରାପ୍ତ ହେଉଛି । ଦୃଶ୍ୟମାନ ଦୂରତା ମାତ୍ର ୩୦ ମିଟର। ଗତକାଲି ଭୁବନେଶ୍ୱରରେ ରାତି ସାଢେ ୯ଟା ସମୟରେ ଘନକୁହୁଡି ଯୋଗୁଁ ଦୃଶ୍ୟମାନ ଦୂରତା ହଜାର ମିଟର ଥିଲା।

କିନ୍ତୁ ରାତି ୧୧ଟା ବେଳକୁ ଦୃଶ୍ୟମାନ ଦୂରତା ମାତ୍ର ୩୦ମିଟରରେ ପହଞ୍ଚିଥିଲା । ତେଲଙ୍ଗାନା, ମହାରାଷ୍ଟ୍ରରେ ଗରମ ଅଧିକ ରହୁଥିଲା । ସେ ପାଖରୁ ଓଡ଼ିଶାକୁ ପବନ ଆସୁଥିଲା । ଏଥିପାଇଁ ଦିନ ତାପମାତ୍ରା ଅଧିକ ରହୁଥିଲା । ଆଜିଠାରୁ ଗୁରୁଚାପ ଦୁର୍ବଳ ହୋଇଯାଇଛି । ଉତ୍ତର ପଶ୍ଚିମ ଦିଗରୁ ପବନ ଆସିବ । ଏଥିପାଇଁ ଶନିବାରଠାରୁ ଦିନ ଓ ରାତି ତାପମାତ୍ରା କମିବ ବୋଲି ସେ କହିଛନ୍ତି । ୨୮ ଯାଏ ତାତି କମ୍ ରହିବ । କୁହୁଡ଼ିର ପ୍ରଭାବ କମିବ । ୨୯ ଓ ୩୦ ତାରିଖରୁ ପୁଣି ଥରେ ଘନ କୁହୁଡ଼ି ଆରମ୍ଭ ହେବ । ଆସନ୍ତା ୪ ଦିନ ଓଡ଼ିଶା ସମେତ ପୂର୍ବ ଭାରତରେ ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ କମିବ ଓ ଶୀତ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପୂର୍ବାନୁମାନ କରିଛି ।

ସେପଟେ ତାତି ପୁଣି ରେକର୍ଡ କରିଛି । କୋରାପୁଟରେ ସପ୍ତାହରେ ଦୁଇ ଥର ପାଇଁ ସର୍ବକାଳୀନ ରେକର୍ଡ ତାତି ଅନୁଭୂତ ହୋଇଛି । ପାରଳାଖେମୁଣ୍ଡିରେ ବି ତାତି ୩୪ ଡିଗ୍ରୀ ସେଲସିୟସ୍ ପାର୍ ହୋଇଛି । ଜାନୁଆରୀ ମାସ ନ ସରୁଣୁ ରାଜ୍ୟରେ ତାତି ଏବେ ଡରାଇବା ଆରମ୍ଭ କଲାଣି । ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୫.୧ ଡିଗ୍ରୀରୁ ଅଧିକ ଥିଲା ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *