ନ୍ୟୁଜ ଡେକ୍ସ୍: ଅନୁଗୁଳ ଜିଲ୍ଲା ପାଲଲହଡ଼ା ବ୍ଲକର ଖମାର ଅଞ୍ଚଳରେ ଓଏସଆରଟିସି ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୨ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୧୦ ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି । ଆହତମାନଙ୍କୁ ଉଦ୍ଧାର କରାଯାଇ ତାଳଚେଳ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।ସୂଚନା ଅନୁସାରେ ବସ୍ ଟି ବାରିପଦାରୁ ଅନୁଗୋଳ ଆସୁଥିଲା । ଏହି ସମୟରେ ହଠାତ୍ ଗହମ ଆଶ୍ରମ ନିକଟରେ ବସଟି ଓଲଟି ପଡ଼ିଥିଲା ।
ଫଳରେ ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏହି ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ଏହା ଦେଖି ସ୍ଥାନୀୟ ଲୋକେ ସେଠାରେ ଉଦ୍ଧାର କାର୍ଯ୍ୟରେ ଲାଗିପଡ଼ିଥିବାବେଳେ ପୋଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆହତମାନଙ୍କୁ ସ୍ଥାନୀୟ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଉଛି । ଫଳରେ କିଛି ଯାତ୍ରୀ ଦୁର୍ଘଟଣାଗ୍ରସ୍ତ ବସ୍ ତଳେ ଚାପି ହୋଇଯାଇଥିଲେ ।
ଖବରପାଇ ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିଥିଲେ । ବସ୍ ଟି ଓଲଟି ପଡିଥିବାରୁ ଉଦ୍ଧାର କରିବାରେ ବିଳମ୍ବ ହୋଇଥିଲା । ଏହାପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଆମ୍ବୁଲାନ୍ସ ଯୋଗେ ତାଳଚେର ଉପଖଣ୍ଡ ଡାକ୍ତରଖାନାରେ ସମସ୍ତ ଆହତଙ୍କୁ ଭର୍ତ୍ତି କରାଯାଇଥିଲା । ହେଲେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଛନ୍ତି । ୧୦ ଜଣଙ୍କର ଅବସ୍ଥା ସଂକଟାପନ୍ନ ରହିଥିବା ସୂଚନା ମିଳିଛି ।
