Thu. Oct 23rd, 2025

ନ୍ୟୁଜ ଡେକ୍ସ: ୨ ଦିନିଆ ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଶିଳ୍ପପତିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିବେଶକଙ୍କୁ ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଆହ୍ବାନ କରିବା ସହ ନିବେଶ ପାଇଁ ଏହା ଉପଯୁକ୍ତ ସମୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଖୁବ ଶୀଘ୍ର ଶିଳ୍ପକ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନର ଆଭାସ ଦେଇଛନ୍ତି । ସିଙ୍ଗିଲ ୱିଣ୍ଡୋ କ୍ଲିଅରାନ୍ସ ଜରିଆରେ ଶିଳ୍ପ ପାଇଁ ପ୍ରତିବନ୍ଧକ ଦୂର କରିଛୁ । ଓଡ଼ିଶାରେ ଶିଳ୍ପ ବିକାଶ ପାଇଁ ଅପାର ସୁଯୋଗ ରହିଛି ।

ଉତ୍କର୍ଷ ଓଡିଶା ପାଇଁ ୫ ଲକ୍ଷ କୋଟି ଟଙ୍କାର ଆଶା ରଖାଯାଇଥିଲା। କିନ୍ତୁ ତାହାର ୩ ଗୁଣା ଅଧିକ ହେବ ବୋଲି ଆହୁରି ଆଶା ବଢ଼ିଥିବା ସେ କହିଛନ୍ତି । ଏଥିସହିତ ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ସମସ୍ତ ନିବେଶକଙ୍କୁ ଆମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ କହିଛନ୍ତି ଆଜି ଆମ ପାଇଁ ଗର୍ବ ଓ ଗୌରବର ଦିନ। ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଉତ୍କର୍ଷ ଓଡ଼ିଶାର ଶୁଭାରମ୍ଭ ହେଉଛି। ୭ ମାସ ମଧ୍ୟରେ ୫ ଥର ଓଡ଼ିଶା ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହା ହିଁ ଆପଣଙ୍କ ଓଡ଼ିଶା ପ୍ରତି ଭଲ ପାଇବା । ସବୁ ଗସ୍ତ ରେ ଆପଣ ଓଡ଼ିଶାକୁ କିଛି ନା କିଛି ଉପହାର ଆଣି ଆସିଥାନ୍ତି ଏବଂ ଆଜି ତ ଆମ ପାଇଁ ବିଶେଷ ମୁହୂର୍ତ୍ତ । ଆଜି ଯେଉଁ ଉପହାର ଆଣି ଆସିଛନ୍ତି ତାହା ଆମ ଓଡ଼ିଶାର ଦିଶା ବଦଳାଇ ଦେବ । ପୂର୍ବ ଦୋୟ ଢାଞ୍ଚା ର ଆଜି ଶୁଭାରମ୍ଭ ହେବାକୁ ଯାଉଛି । ସେଥିପାଇଁ ଆମେ ଆପଣଙ୍କ ନିକଟରେ କୃତଜ୍ଞ । ଆପଣଙ୍କ ଉପସ୍ଥିତି ପୁଞ୍ଜି ନିବେଶ କାରୀ ଙ୍କ ମନ ବଳ ବଢାଇବ । ଶିଳ୍ପ କ୍ଷେତ୍ରରେ ଓଡ଼ିଶା ଦେଶର ଡ୍ରାଇଭିଂ ଇଞ୍ଜିନ । ତେବେ କହିରଖୁଛୁ, ଆଜିଠୁ ଆରମ୍ଭ ହୋଇଛି ଦୁଇ ଦିନିଆ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ।

ନିବେଶ ପାଇଁ ଓଡ଼ିଶାରେ ଶିଳ୍ପହସ୍ତୀ, ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁସ, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି ଜନତା ମୈଦାନର ଶିଳ୍ପ ସମ୍ମିଳନୀରେ ସାମିଲ ହୋଇଛନ୍ତି । ଯାହାକୁ ଆଜି ଉଦଘାଟିତ କରିଛନ୍ତି ପ୍ରଧାମନ୍ତ୍ରୀ ମୋଦି । ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ, ଶିଳ୍ପପତି ନୀନ ଜିନ୍ଦଲ, ଅନୀଲ ଅଗ୍ରଓ୍ବାଲ, ଶିଳ୍ପପତି କୁମାର ମଙ୍ଗଳମ ବିର୍ଲା, ସଜନ ଜିନ୍ଦଲ, କରଣ ଆଦାନୀ ସାମିଲ ଅଛନ୍ତି । ଯେଉଁଥିରେ ଶହେରୁ ଅଧିକ ଶିଳ୍ପପତିଙ୍କ ସହ ଏମଓୟୁ ସ୍ୱାକ୍ଷାର କରିବା ପାଇଁ ମେଗା ପ୍ଲାନ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର ।

Leave a Reply

Your email address will not be published. Required fields are marked *