Thu. Oct 23rd, 2025

ନ୍ୟୁଜ ଡେକ୍ସ: ପାଟଣାଗଡ଼ର ବହୁ ଚର୍ଚ୍ଚିତ ପାର୍ସଲ ବୋମା ବିସ୍ଫୋରଣ ମାମଲା। ଏହି ମାମଲାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିଛନ୍ତି । ଏହି ମାମଲାରେ ହସ୍ତକ୍ଷେପ କରି ୪ ସପ୍ତାହ ମଧ୍ୟରେ ସମସ୍ତ ସାକ୍ଷ୍ୟ ଗ୍ରହଣ କରିବା ସହ ଶୁଣାଣି ସାରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହା ପୂର୍ବରୁ ହାଇକୋର୍ଟ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ଶୁଣାଣି ଶେଷ ପାଇଁ କହିଥିଲେ । ଆଉ ୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ ୪ ସପ୍ତାହରେ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ସୂଚନା ମୁତାବକ, ୨୦୧୮ ଫେବ୍ରୁଆରୀ ୨୩ରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା ।ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଞ୍ଜୁକ୍ତା ସାହୁଙ୍କ ଏକମାତ୍ର ପୁଅ ସୌମ୍ୟଶେଖର ସାହୁଙ୍କ ବିବାହରେ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା । ସୌମ୍ୟଶେଖରଙ୍କ ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ ।

ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂଲିଶ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା । ଅଭିଯୁକ୍ତ ପୁଞ୍ଜିଲାଲ ଏବେ ବଲାଙ୍ଗିର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ରଖାଯାଇଥିଲା । ଏହି ମାମଲା ପାଟଣାଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟରେ ବିଚାରାଧୀନ ରହିଛି । ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଜାମିନ ଆବେଦନ କରାଯାଇଥିଲା । ପୁଞ୍ଜିଲାଲଙ୍କ ଆବେଦନକୁ ବିଚାର କରି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *