Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାଜ୍ୟର ପ୍ରତି ଜିଲ୍ଲାରେ ୫୦ ଶଯ୍ୟା ବିଶିଷ୍ଟ ମଲ୍ଟିସ୍ପେସିଆଲିଟି ହସ୍ପିଟାଲ୍ ସ୍ଥାପନ କରାଯିବ। ଏହି ପ୍ରସ୍ତାବକୁ ଗୃହୀତ କରିଛନ୍ତି ରାଜ୍ୟ ସରକାର। ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ତ୍ୱରାନ୍ୱିତ କରିବା ନିମନ୍ତେ ସମ୍ ହେଲ୍‌ଥ କେୟାର ସର୍ଭିସେସ୍ ପକ୍ଷରୁ ଏହି ଯୋଜନା ହାତକୁ ନିଆଯାଇଛି। ତୃଣମୂଳ ସ୍ତରର ଲୋକଙ୍କୁ ସୁଲଭ ତଥା ଗୁଣବତା ବିଶିଷ୍ଟ ସ୍ୱାସ୍ଥ୍ୟ ସେବା ଦେବାକୁ ପ୍ରତି ଜିଲ୍ଲାରେ ଏହି ସଂସ୍ଥା ପକ୍ଷରୁ ୫୦ ଶଯ୍ୟା ବିଶିଷ୍ଟ ମଲ୍ଟିସ୍ପେସିଆଲିଟି ହସ୍ପିଟାଲ୍ ସ୍ଥାପନ କରାଯିବ।

ଏହି ପରିପ୍ରେକ୍ଷୀରେ ସଂସ୍ଥା ପକ୍ଷରୁ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଥିବା ପ୍ରସ୍ତାବ ଗୃହୀତ ହୋଇଛି ବୋଲି ବୁଧବାର ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଘୋଷଣା କରାଯାଇଛି। ଓଡ଼ିଶାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ସ୍ୱାସ୍ଥ୍ୟ ବିଭାଗର କମିସନର କମ୍ ସେକ୍ରେଟାରୀ ଏସ୍. ଅଶ୍ୱତିଙ୍କ ଉପସ୍ଥିତିରେ ଏହି ଘୋଷଣା କରାଯାଇଥିଲା। ଉଭୟ ପ୍ରାଇମେରୀ ଏବଂ ସେକେଣ୍ଡାରୀ ସ୍ୱାସ୍ଥ୍ୟ ସେବା ସହ ଏହି ହସ୍ପିଟାଲ୍ ଗୁଡ଼ିକରେ ଅତ୍ୟାଧୁନିକ ଡାଇଗ୍ନୋସିସ୍ ଲ୍ୟାବ୍, ବୟୋଜ୍ୟେଷ୍ଠଙ୍କ ଲାଗି ସ୍ୱତନ୍ତ୍ର ଯତ୍ନ, ଫାର୍ମାସୀ, ଟ୍ରମା କେୟାର, ଇମର୍ଜେନ୍ସି ଏବଂ ଫିଜିଓଥେରାପି ସୁବିଧା ପ୍ରଦାନ କରାଯିବ। ଏଥି ନିମନ୍ତେ ୧୦୦୦ କୋଟି ଟଙ୍କାର ନିବେଶ ହେବ ଓ ୯୦୦ ଲୋକଙ୍କ ଲାଗି ସିଧାସଳଖ ଓ ୬୦୦୦ ଲୋକଙ୍କ ନିମନ୍ତେ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ସମ୍ ହେଲ୍ଥକେୟାରର ପ୍ରୋଜେକ୍ଟ ମ୍ୟାନେଜର ଅନୁରାଗ ନାୟକ ସୂଚନା ଦେଇଛନ୍ତି।

ଉଭୟ ପ୍ରାଇମେରୀ ଏବଂ ସେକେଣ୍ଡାରୀ ସ୍ୱାସ୍ଥ୍ୟ ସେବା ସହ ଏହି ହସ୍ପିଟାଲ୍ ଗୁଡ଼ିକରେ ଅତ୍ୟାଧୁନିକ ଡାଇଗ୍ନୋସିସ୍ ଲ୍ୟାବ୍‌, ବୟୋଜ୍ୟେଷ୍ଠଙ୍କ ଲାଗି ସ୍ୱତନ୍ତ୍ର ଯତ୍ନ, ଫାର୍ମାସୀ, ଟ୍ରମା କେୟାର, ଇମର୍ଜେନ୍ସି ଏବଂ ଫିଜିଓଥେରାପି ସୁବିଧା ପ୍ରଦାନ କରାଯିବ। ଏଥି ନିମନ୍ତେ ୧୦୦୦ କୋଟି ଟଙ୍କାର ନିବେଶ ହେବ ଓ ୯୦୦ ଲୋକଙ୍କ ଲାଗି ସିଧାସଳଖ ଓ ୬୦୦୦ ଲୋକଙ୍କ ନିମନ୍ତେ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ସମ୍ ହେଲ୍‌ଥକେୟାରର ପ୍ରୋଜେକ୍ଟ ମ୍ୟାନେଜର ଅନୁରାଗ ନାୟକ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *