Thu. Oct 23rd, 2025

ନ୍ୟୁଜ ଡେକ୍ସ: ପବିତ୍ର ମାଘ ସପ୍ତମୀରେ ବୁଡ଼ ପକାଇବା ପାଇଁ ଚନ୍ଦ୍ରଭାଗାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଯାହାକୁ ନଜରରେ ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି। ୬ ଜଣ ଅତିରିକ୍ତ ଏସପିଙ୍କ ସହ ୧୩ ଡିଏସପି, ୩୯ ଇନ୍ସପେକ୍ଟର ନିୟୋଜିତ ହେବେ ।

ବୁଡ଼ ସ୍ଥାନ ଓ ସମୁଦ୍ର କୂଳରେ ଲାଇଫ ଗାର୍ଡ ମୁତୟନ ରହିବେ । ପୋଲିସ ପକ୍ଷରୁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ପୋଲିସର ସମସ୍ତ ନିୟମ ମାନି ଚନ୍ଦ୍ରଭାଗା ବୁଡରେ ସାମିଲ ହେବାକୁ ଅପିଲ୍ କଲେ ପୁରୀ ଏସପି ବିନୀତ ଅଗ୍ରୱାଲ।

ସୂଚନା ଅନୁଯାୟୀ, ଏହି ଅବସରରେ ସୁରକ୍ଷା ଦାୟିତ୍ୱରେ ୩୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ସେହିପରି ୬ ଜଣ ଅତିରିକ୍ତ ଏସପିଙ୍କ ସହ ୧୩ ଡିଏସପି ଓ ୩୯ ଇନ୍ସପେକ୍ଟର ମଧ୍ଯ ନିୟୋଜିତ ରହିବେ ବୋଲି ଜଣାପଡିଛି।

Leave a Reply

Your email address will not be published. Required fields are marked *