Thu. Oct 23rd, 2025

ନ୍ୟୁଜ ଡେକ୍ସ: ଅଗ୍ନିଶମ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ବଡ ଉପହାର । ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।

ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ମୋଟର ସାଇକେଲ୍‌ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ସୂଚନା ଅନୁଯାଇ, ଅଗ୍ନିଶମ କର୍ମଚାରୀଙ୍କ ଡାଏଟ ଭତ୍ତାକୁ ୯ଶହରୁ ୧୪ଶହ ଟଙ୍କାକୁ ବୃଦ୍ଧି କରାଯାଇଛି।

ସେହିପରି ମୋଟର ସାଇକେଲ ଭତ୍ତା ୩୦୦ରୁ ୧୦୫୦ ଟଙ୍କା, ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କା ସହ ରିସ୍କ ଭତ୍ତାକୁ ୪୦୦ ଶହରୁ ୧୦୦୦ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ। ତେବେ କେବଳ ଭତ୍ତା ନୁହେଁ ଏଣିକି ମେଡିକାଲ ଖର୍ଚ୍ଚ ବି ବହନ କରିବେ ସରକାର ।

Leave a Reply

Your email address will not be published. Required fields are marked *