Thu. Oct 23rd, 2025

ନ୍ୟୁଜ ଡେକ୍ସ: ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଓଡିଶା ଗସ୍ତରେ ଆସିଥିବା ପ୍ରତିନିଧି ଦଳ ଆଜି ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ। ଆଗାମୀ ୫ ବର୍ଷ ପାଇଁ ୧୨.୫୬ ଲକ୍ଷ କୋଟିର ଦାବି ରଖିବ ଓଡ଼ିଶା । ଆଜି ଦ୍ବିପହରରେ ସମ୍ବାଦିକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ଓଡ଼ିଶାକୁ ଚାରିଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ. ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ସଦସ୍ୟମାନେ ଦ୍ୱିତୀୟ ଦିନରେ ଶ୍ରୀକ୍ଷେତ୍ର ଗସ୍ତରେ ଆସି ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଥିଲେ । ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ କମିଶନର ସଦସ୍ୟମାନେ ପୁରୀ ରାଜଭବନରେ ସ୍ଥାନୀୟ ପୌର ପ୍ରଶାସନ ସହ ସହରର ଉନ୍ନତୀକରଣ, ଭିତ୍ତିଭୂମି ବିକାଶ ଏବଂ ନାଗରିକ ସୁବିଧା ବୃଦ୍ଧି ପାଇଁ ଆବଶ୍ୟକ ଆର୍ଥିକ ଆବଣ୍ଟନ ସମ୍ପର୍କରେ ବିଶଦ ଆଲୋଚନା କରିଥିଲେ ।

ବୈଠକରେ ପୌର ପ୍ରଶାସନ ଶ୍ରଦ୍ଧାଳୁ ଓ ଜନସଂଖ୍ୟା ବୃଦ୍ଧିକୁ ଲକ୍ଷ୍ୟକରି ସହରର ପରିମଳ, ବର୍ଜ୍ୟବସ୍ତୁ ପରିଚାଳନା, ଆଲୋକୀକରଣ ଓ ଅନ୍ୟାନ୍ୟ ଭିତ୍ତିଭୂମିକୁ ଆହୁରି ଅଧିକ ବ୍ୟବସ୍ଥିତ ଓ ପରିମାର୍ଜିତ କରାଯିବାର ଆବଶ୍ୟକତା ରହିଛି ବୋଲି କମିଶନଙ୍କୁ ଅବଗତ କରିଥିଲେ । ଏହି ଟିମ୍ ରାଜ୍ୟର ବିଭିନ୍ନ ଅଞ୍ଚଳ ମଧ୍ୟ ପରିଦର୍ଶନ କରିଥିଲେ ।

Leave a Reply

Your email address will not be published. Required fields are marked *