ନ୍ୟୁଜ ଡେକ୍ସ: ଗିରଫ ହେଲେ କୁବେର ସରକାରୀ ବାବୁ ଶାନ୍ତନୁ ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ମାଲକାନଗିରି ଜଳଛାୟା ଉପନିର୍ଦ୍ଦେଶକ ଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ବାନ୍ଧିଲା ଭିଜିଲାନ୍ସ । ତାଙ୍କୁ ଲାଞ୍ଚ କାରବାରରେ ସହଯୋଗ କରୁଥିବା ଅନ୍ୟ ୪ ଜଣ ମଧ୍ୟ ଗିରଫ ହୋଇଛନ୍ତି ।
ସେମାନେ ହେଲେ ମାଲକାନଗିରି କୃଷି ବିଭାଗର ସହକାରୀ ଯନ୍ତ୍ରୀ ମୋହନ ମଣ୍ଡଳ, ଡାଟା ଏଣ୍ଟ୍ରି ଅପରେଟର ବିଶ୍ୱଜିତ ମଣ୍ଡଳ, ଚୁକ୍ତି ଭିତ୍ତିକ କର୍ମଚାରୀ ଅମୀୟ କାନ୍ତ ସାହୁ ଏବଂ ଜନସେବା କେନ୍ଦ୍ର କର୍ମଚାରୀ ଅଲେଖ ଚନ୍ଦ୍ର ପ୍ରଧାନ । ସରକାରୀ ଅର୍ଥ ହଡ଼ପରେ ସହଯୋଗ କରି ଆଉ ୪ ଜଣ ଗିରଫ ହୋଇଛନ୍ତି। ୩ ସରକାରୀ କର୍ମଚାରୀ ଓ ଜଣେ ଜନସେବା କେନ୍ଦ୍ର ପରିଚାଳକ ଗିରଫ ହୋଇଥିବା ସୂଚନା ରହିଛି। ଶାନ୍ତନୁଙ୍କ ଘରୁ ନଗଦ ୨ କୋଟିରୁ ଅଧିକ ଟଙ୍କା ଜବତ କରିଥିଲା ଭିଜିଲାନ୍ସ।
ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ଅଧିକାରୀ ଶାନ୍ତନୁ ମହାପାତ୍ରଙ୍କ ଘରେ ଚଢାଉ କରିଥିଲା ଭିଜିଲାନ୍ସ ଟିମ୍। ଜୟପୁର ଓ ମାଲକାନଗିରି ସ୍ଥିତ ବାସଭବନ ସମେତ ମୋଟ ୮ଟି ସ୍ଥାନରେ ଭିଜିଲାନ୍ସ ଏକକାଳୀନ ରେଡ୍ କରିଥିଲା ଭିଜିଲାନ୍ସ। ଏହି ଚଢ଼ଉରେ ୨ ଜଣ ଅତିରିକ୍ତ ଏସପି, ୪ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୬ ଜଣ ଏଏସଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଥିଲେ।
