ନ୍ୟୁଜ ଡେକ୍ସ: ଜଗତସିଂହପୁର ଦୁର୍ଗା ବଜାରଠାରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରେ ଅଗ୍ନିକାଣ୍ଡ । ବ୍ୟାଙ୍କ ଭିତରୁ ବାହାରୁଚି ଧୂଆଁ । ଏନେଇ ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି । ତେବେ ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଆାଶଙ୍କ କରାଯାଉଛି ।
ତେବେ ସୂଚନା ମୁତାବକ,ଆଜି ସକାଳୁ ବ୍ୟାଙ୍କର ସଟର ବାଟଦେଇ ଧୂଆଁ ବାହାରୁଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ତୁରନ୍ତ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ବ୍ୟାଙ୍କର ସଟର ଭାଙ୍ଗିବା ସହିତ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। କ୍ଷୟକ୍ଷତିର ସ୍ପଷ୍ଟ ସୂଚନା ମିଳିନି ।ସେପଟେ କିଛି ସମୟ ଧରି ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିବା ଜଣାପଡ଼ିଛି।
ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।ସେପଟେ କିଛି ସମୟ ଧରି ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
