Thu. Oct 23rd, 2025

ନ୍ୟୁଜ ଡେକ୍ସ: ପୁରୀ ଶ୍ରୀମନ୍ଦିର ପ୍ରଶାସନର ଭକ୍ତନିବାସ ଗୁଡିକ ନାମରେ ନକଲି ୱେବସାଇଟ୍ ଖୋଲି ଠକେଇ ଘଟଣା । ଏହି ମାମଲା ନଜରକୁ ଆସିବାପରେ, ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ ପାଢୀ ।

ଏକ ପତ୍ର ମାଧ୍ୟମରେ ମୁଖ୍ୟ ପ୍ରଶାସକ ଜଣାଇଛନ୍ତି ଯେ, ଶ୍ରୀମନ୍ଦିରର ନିଜସ୍ବ ୱେବସାଇଟ www.shreejagannatha.in ଏବଂ www.stayatpurijagannatha.in ମାଧ୍ୟମରେ ଭକ୍ତନିବାସ ଗୁଡିକର ବୁକିଂ ହୋଇ ଆସୁଛି। କିନ୍ତୁ କିଛି ଖଳବ୍ଯକ୍ତି ନକଲି ୱେବସାଇଟ୍ ତିଆରି କରି ଭକ୍ତନିବାସ ନାମରେ ଲୋକଙ୍କୁ ଠକେଇ କରିଥିବାର ପ୍ରମାଣ ପାଇଛି ଶ୍ରୀମନ୍ଦିର ପ୍ରଶାସନ।

ଏପରିକି ଏକ ନକଲି ବ୍ୟାଙ୍କ ଆକାଉଣ୍ଟ ଖୋଲାଯାଇ ଏହି ଠକେଇ ପାଇଁ ଦେଣନେଣ ହୋଇଛି। ତେଣୁ ତୁରନ୍ତ ଏନେଇ ପଦକ୍ଷେପ ନେବାକୁ ଚିଠିରେ ଅନୁରୋଧ କରାଯାଇଛି। ଏହାସହିତ ପୂର୍ବରୁ ବିଭିନ୍ନ ଥାନାରେ ଦାଖଲ ହୋଇଥିବା ମାମଲା ଗୁଡିକର ତଥ୍ଯ ମଧ୍ଯ ସଂଲଗ୍ନ କରାଯାଇଅଛି।

Leave a Reply

Your email address will not be published. Required fields are marked *