Thu. Oct 23rd, 2025

ନ୍ୟୁଜ ଡେକ୍ସ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି (ଶ୍ରୀମୁଖସିଂହାର) ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି । ଏହି ନୀତି ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ ।

ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ନୀତି ହେବ । ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ। ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ।

ଏହି ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ । ବନକଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ ।

Leave a Reply

Your email address will not be published. Required fields are marked *