Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାଜ୍ୟର ଅଧିକାଂଶ ଜିଲ୍ଲାରେ ଅଦିନିଆ ବର୍ଷା ଲାଗିରହିଛି। ବିଶେଷକରି ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇ ଦିନ ହେଲା ତୁହାକୁ ତୁହା ବର୍ଷା ହେବାରୁ ବ୍ୟାପକ ଫସଲ ନଷ୍ଟ ସହ କେତେକ ସ୍ଥାନରେ ଗଛ ଭାଙ୍ଗି ପଡ଼ିଛି। ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ ରହିଛି। ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି।

ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ଯମ ଧରଣର ବର୍ଷା ଲାଗି ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର ଓ କେନ୍ଦ୍ରାପଡ଼ାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖରେ ବି ବାଲେଶ୍ୱର ଓ ମୟୂରଭଞ୍ଜ ପାଇଁ ସତର୍କତା ଜାରି କରାଯାଇଛି ।

ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହାବ୍ୟତୀତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଯାଜପୁର ଜିଲ୍ଲାରେ ହାଲୁକା ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୪ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।

Leave a Reply

Your email address will not be published. Required fields are marked *