Mon. Dec 23rd, 2024

ନ୍ୟୁଜ ଡେସ୍କ: ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ଯୋଗୁଁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ | ସେହିପରି ଆନ୍ଧ୍ରପ୍ରଦେଶ ଉପକୂଳରୁ ଦକ୍ଷିଣ ଉପକୂଳବର୍ତ୍ତୀ ମ୍ୟାନ୍‌ମାର ମଧ୍ୟରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।

ଏହି ଦୁଇ ଘୂର୍ଣ୍ଣବଳୟ ପ୍ରଭାବରେ ସୋମବାର ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଏବେ ରାଜ୍ୟରେ ବର୍ଷା ହେଉଥିବାବେଳେ ଆଗକୁ ବର୍ଷା ପରିମାଣ ବଢ଼ିବ ଓ ୨୭ ତାରିଖ ଯାଏ ବର୍ଷା ଜାରି ରହିବ। ଅନ୍ୟପକ୍ଷରେ ଆସନ୍ତା ୨୩ରୁ ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଫେରିବା ନେଇ ସ୍ଥିତି ଅନୁକୂଳ ହେଉଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଉପକୂଳବର୍ତ୍ତୀ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବା ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *