ନ୍ୟୁଜ ଡେକ୍ସ: ଶୋଇଥିବା ବେଳେ ଯୁବକଙ୍କୁ ଏସିଡ୍ ମାଡ଼। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ନାୟିକାଣଡ଼ିହି ଥାନା ରାମଚନ୍ଦ୍ରପୁର ଗ୍ରାମରେ ଏହି ଘଟଣା ଘଟିଛି। ଗ୍ରାମର ସନାତନ ପଲାଇଙ୍କ ପୁଅ ଜଗବନ୍ଧୁ ଘରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଏସିଡ୍ ଫିଙ୍ଗି ଫେରାର୍ ହୋଇଯାଇଛି।
ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ଅଧିକ ଚିକିତ୍ସା ପାଇଁ ଭଦ୍ରକ ପରେ କଟକ ବଡ ମେଡିକାଲକୁ ପଠାଇ ଦିଆଯାଇଛି। ଯୁବକଙ୍କ ନାମ ଜଗବନ୍ଧୁ ପଳାଇ। ସୂଚନା ଅନୁସାରେ ଜଗବନ୍ଧୁ ଜଣେ ଟେଣ୍ଟ ବ୍ୟବସାୟୀ। ଗାଁରେ ଅଷ୍ଟମ ପ୍ରହାରୀ ପ୍ରସାଦ ଖାଇ ଘରେ ଶୋଇ ଥିଲେ। ଏହି ସମୟରେ ଦୁର୍ବୃତ୍ତ ତାଙ୍କ ମୁହଁରେ ଏସିଡ ମାଡ କରିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବାସୁଦେବପୁର ଡାକ୍ତରଖାନା ଅଣାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ଅଧିକ ଚିଜିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।
ଶୁକ୍ରବାର ବିଳମ୍ଵିତ ରାତିରେ ଏହି ଘଟଣା ଘଟିଛି। ଜଗବନ୍ଧୁଙ୍କୁ ଗୁରୁତର ଅବସ୍ଥାରେ ବାସୁଦେବପୁର ପରେ କଟକ ସ୍ଥାନାନ୍ତର କରାଯାଇଛି। ପରିବାର ଲୋକେ ଏସିଡ୍ ମାଡ଼ର କାରଣ କହିପାରୁନଥିବା ବେଳେ ଏହା ପୂର୍ବ ଶତ୍ରୁତା ନେଇ ହୋଇଥାଇପାରେ ଅନୁମାନ କରାଯାଉଛି। ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଛି।
