Fri. Apr 17th, 2026

ନ୍ୟୁଜ ଡେକ୍ସ: ଆସନ୍ତାକାଲି ଖୋଲା ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ । ମାର୍ଚ୍ଚ ୫ ତାରିଖ ତଥା ଆସନ୍ତାକାଲି ରାଜ୍ୟର ସବୁ ସ୍କୁଲ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶ ଜାରି ହୋଇଛି । ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ ଆସନ୍ତାକାଲି ଖୋଲା ରହିବ ।

ଏପ୍ରିଲ ୨୪ ତାରିଖରେ ପଞ୍ଚାୟତିରାଜ ଦିବସ ପାଳନ ପାଇଁ ନିଷ୍ପତ୍ତି ହୋଇଥିବାରୁ ମାର୍ଚ୍ଚ ୫ ତାରିଖରେ ସ୍କୁଲ ଖୋଲା ରହିବ। ୨୦୨୦ ମସିହାରୁ ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଅଛି। ତେବେ ପ୍ରତିବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ ରୂପେ ପାଳନ କରାଯାଏ। ଏହି ଦିନ ବିଭିନ୍ନ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ପୁରସ୍କାର ପ୍ରଦାନ, ରାଷ୍ଟ୍ରୀୟ ଗୌରବ ଗ୍ରାମସଭା ପୁରସ୍କାର, ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପୁରସ୍କାର ଆଦି ପ୍ରଦାନ କରାଯାଇଥାଏ।

ପଞ୍ଚାୟତିରାଜ ଦିବସ ପାଳନରେ ଜାତୀୟ ଓ ରାଜ୍ୟ ସ୍ତରରେ ଥିବା ଏହି ଅସଂହତି ଦୂର କରିବା ପାଇଁ ଓଡିଶାରେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାନଯାଇ ଅପ୍ରେଲ ୨୪ ତାରିଖରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲୋକସେବା ଦିବସ ମଧ୍ୟ ଅପ୍ରେଲ ୨୪ ତାରିଖରେ ପାଳନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।

Leave a Reply

Your email address will not be published. Required fields are marked *