Thu. Oct 23rd, 2025

ନ୍ୟୁଜ ଡେକ୍ସ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ବି ହେବ ଶୁଭାରମ୍ଭ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା।

ଏହି ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ରାଜ୍ୟର ୧୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କରାଯିବ । ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ସଚେତନତା ଅଭିଯାନ ଆରମ୍ଭ ହେବ । ବୈଠକର ତଥ୍ୟ ଅନୁଯାୟୀ, ଉଭୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାର, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ । ଅର୍ଥାତ୍ ରାଜ୍ୟର ୧ କୋଟି ୩ ଲକ୍ଷରୁ ଅଧିକ ପରିବାର ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଅଧିକ ଲୋକ ଉପକୃତ ହେବେ । ଏହି ୨ଟି ଯୋଜନାରେ ଓଡ଼ିଶାରେ ସଂଯୁକ୍ତ ଭାବେ କାର୍ଯ୍ୟକାରୀ ହେବ । ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ ଦିଆଯିବ । ବୟୋବନ୍ଦନା ଯୋଜନାରେ ହିତାଧିକାରୀମାନେ ଅଲଗା ଏକ ସ୍ୱତନ୍ତ୍ର କାର୍ଡ ପାଇବେ ।

ବୈଠକର ତଥ୍ୟ ଅନୁଯାୟୀ ଉଭୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହେବେ। ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଉର୍ଦ୍ଧ୍ୱ ଲୋକ ଉପକୃତ ହେବେ ।ଏହି ଦୁଇଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବରେ କାର୍ଯ୍ୟକାରୀ (Co-Branding) କରାଯିବ। ଏହି ଦୁଇଟି ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ (Co-Branded Card)ଯୋଗାଇ ଦିଆଯିବ। ବୟୋବନ୍ଦନା ଯୋଜନାରେ ହିତାଧିକାରୀମାନେ ଅଲଗା ଏକ ସ୍ୱତନ୍ତ୍ର କାର୍ଡ ପାଇବେ।

Leave a Reply

Your email address will not be published. Required fields are marked *