Thu. Oct 23rd, 2025

ନ୍ୟୁଜ ଡେକ୍ସ: ପୂର୍ବ ଶତ୍ରୁତାରୁ ନୃଶଂସ ହତ୍ୟା। ଘରେ ପଶି ବ୍ୟବସାୟୀଙ୍କ ଗଳା କାଟିଲେ ଦୁର୍ବୃତ୍ତ। ବାରିପଦା ଭଞ୍ଜପୁର ଥାନା ଅନ୍ତର୍ଗତ ଫରେଷ୍ଟ କଲୋନୀ ଅଞ୍ଚଳରେ ଘଟିଛି ଏଭଳି ବିଭତ୍ସ ହତ୍ୟାକାଣ୍ଡ। ମୃତକ ଜଣଙ୍କ ହେଉଛନ୍ତି ସ୍ନେହାଶିଷ ପଣ୍ଡା। ତେବେ ହତ୍ୟା ପରେ ଦୁର୍ବୃତ୍ତ ଜଣଙ୍କ ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଛି ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।ସୂଚନାନୁଯାୟୀ, ମୃତକ ଜଣଙ୍କ ହେଲେ ଭଞ୍ଜପୁର ଥାନା ଅନ୍ତର୍ଗତ ଫରେଷ୍ଟ କଲୋନୀର ସ୍ନେହାଶିଷ ପଣ୍ଡା। ଗତକାଲି ସ୍ନେହାଶିଷ ତାଙ୍କ ଘରେ ଥିବା ବେଳେ ଜଣେ ଦୁର୍ବୃତ୍ତ ଘରେ ପଶିଥିଲେ। ଦୁର୍ବୃତ୍ତ ଜଣଙ୍କ ହଠାତ୍‌ ସ୍ନେହାଶିଷଙ୍କ ବେକକୁ ଏକ ଧାରୁଆ ଅସ୍ତ୍ରରେ ହାଣି ସେଠାରୁ ଏକ ବାଇକ ଯୋଗେ ଦ୍ରୁତ ଗତିରେ ଫେରାର ହୋଇଯାଇଥିଲେ ।

ତେବେ ପରିବାର ଲୋକଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବା ପରେ ସ୍ନେହାଶିଷକୁ ବାରିପଦା ପିଆରଏମ ମେଡିକାଲରେ ଭର୍ତ୍ତି କରିଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଛନ୍ତି । ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ କରିଥିବା ନେଇ ଅନୁମାନ କରାଯାଇଛି । ତେବେ ସହରରେ ଏଭଳି ଜଘନ୍ୟ ହତ୍ୟାକାଣ୍ଡକୁ ନେଇ ଲୋକେ ଆତଙ୍କିତ ହୋଇପଡିଛନ୍ତି ।

Leave a Reply

Your email address will not be published. Required fields are marked *