Fri. Oct 24th, 2025

ନ୍ୟୁଜ ଡେକ୍ସ: ଶେଷରେ ଜେଲ୍ ଗଲେ ବିଜେଡି ନେତା ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ସୋସାଇଟି ଆର୍ଥିକ ଅନିୟମିତା ମାମଲାରେ ସେ ଜେଲ୍ ଯାଇଛନ୍ତି । ଆସନ୍ତା ୧୯ ତାରିଖ ଯାଏଁ ବିଚାର ବିଭାଗୀୟ ହାଜତରେ ରହିବେ ରାଜା ଚକ୍ର । କ୍ରାଇମବ୍ରାଞ୍ଚ EOW ଆଜି ତାଙ୍କୁ ବାଲେଶ୍ୱର କୋର୍ଟରେ ହାଜର କରିଥିଲା ।

ଏହାପରେ ତାଙ୍କୁ ଜେଲ୍ ପଠାଯାଇଛି । ସୂଚନା ଅନୁସାରେ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ହେରଫେର ମାମଲାରେ ପୂର୍ବରୁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ରାଜା । କିନ୍ତୁ ହାଇକୋର୍ଟ ତାଙ୍କ ଆଗୁଆ ଜାମିନକୁ ଖାରଜ କରିଦେଇଥିଲେ । ଏଥିସହ ରାଜାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ମଧ୍ୟ ହଟାଇ ଦେଇଥିଲେ ହାଇକୋର୍ଟ । ଏହାପରେ ଗତକାଲି ରାଜା ଚକ୍ରଙ୍କୁ ଗିରଫ କରିଥିଲା କ୍ରାଇବ୍ରାଞ୍ଚର ସ୍ୱତନ୍ତ୍ର ଶାଖା ଇଓଡବ୍ଲୁ ।

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ହେରଫେର ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ରାଜା । ହାଇକୋର୍ଟ ତାଙ୍କ ଆଗୁଆ ଜାମିନକୁ ଖାରଜ କରିଦେଇଥିଲେ । ଏହାସହ ରାଜାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ମଧ୍ୟ ହଟାଇ ଦେଇଥିଲେ ହାଇକୋର୍ଟ । ଗୁରୁବାର ରାଜା ଚକ୍ରଙ୍କୁ ଗିରଫ କରିଥିଲା କ୍ରାଇବ୍ରାଞ୍ଚର ସ୍ୱତନ୍ତ୍ର ଶାଖା ଇଓଡବ୍ଲୁ ।

Leave a Reply

Your email address will not be published. Required fields are marked *