Thu. Oct 23rd, 2025

ନ୍ୟୁଜ ଡେକ୍ସ: ଜଳୁଛି ପଶ୍ଚିମ ଓଡ଼ିଶା । ମାର୍ଚ୍ଚ ମାସରୁ କଲବଲ କଲାଣି ତାତି । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି ଅନୁଭୂତ ହେଉଛି । ସବୁଠୁ ଉତ୍ତପ୍ତ ସହର ପାଲଟିଛି ସମ୍ୱଲପୁର । ଶନିବାର ଦିନ ୨ଟା ୩୦ ମିନିଟ୍ ସୁଦ୍ଧା ୪୨ ଡ଼ିଗ୍ରୀ ଛୁଇଁଲା ତାତି । ସମ୍ବଲପୁରରେ ୪୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ସେହିଭଳି ଝାରସୁଗୁଡାରେ ତାପମାତ୍ରା ୪୧.୮ ଡ଼ିଗ୍ରୀ ଛୁଇଁଛି । ଆସନ୍ତାକାଲି ଯାଏ ତାତିରୁ ତ୍ରାହି ନାହିଁ । ୧୬ ତାରିଖ ଯାଏଁ ରାଜ୍ୟରେ ସିଭିୟର ହିଟୱେଭ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାର ତାପମାତ୍ରା ୪୧ ଡିଗ୍ରୀ ଟପିପାରେ। ଆଜି ପାଇଁ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଝାରସୁଗୁଡ଼ା, ସମ୍ବଲପୁର, ମୟୂରଭଞ୍ଜ ଜିଲ୍ଲାରେ ସିଭିୟର ହିଟ୍ ୱେଭ୍ ବା ପ୍ରବଳ ଗ୍ରୀଷ୍ମପ୍ରବାହ ଆଶଙ୍କା ଥିବା ବେଳେ, ସୁନ୍ଦରଗଡ଼, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହର ପୂର୍ବାନୁମାନ କରାଯାଇଛି।

ଆଇଏମଡି ପକ୍ଷରୁ ଆଗାମୀ ୫ ଦିନ ପାଇଁ ହିଟଓ୍ବେଭ୍ ନେଇ ସତର୍କ ଜାରି ହୋଇଥିବା ବେଳେ ଆସନ୍ତା ୩ ଦିନ ପାଇଁ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏଥିପାଇଁ ୯ ଜିଲ୍ଲାକୁ, କେନ୍ଦୁଝର, ବରଗଡ, ବାଲେଶ୍ବର, ଗଜପତି, ସବୁର୍ଣ୍ଣପୁର, ଅନୁଗୁଳ, ଢେଙ୍କାନାଳ ଓ କଳାହାଣ୍ଡି ଏବଂ ଭଦ୍ରକକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *