Mon. Dec 23rd, 2024

ନ୍ୟୁଜ ଡେସ୍କ: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳ ବର୍ଷିବ। ସୋମବାର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା।

କିନ୍ତୁ ଏହି ପ୍ରକ୍ରିୟା ବିଳମ୍ବିତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ପୂର୍ବାନୁମାନ, ଆଜି ରାଜ୍ୟରେ ଅଧାରୁ ଅଧିକ ଜିଲ୍ଲାରେ ଲାଗିରହିବ ବର୍ଷା। ବିଜୁଳି ଘଡ଼ଘଡ଼ି ପାଇଁ ମଧ୍ୟ ୱାର୍ଣ୍ଣିଂ ଜାରି ହୋଇଛି। ୧୫ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ନେଇ ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି। ଏସବୁ ଜିଲ୍ଲା ଗୁଡିକ ହେଉଛି ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ ଏବଂ ଯାଜପୁର ଜିଲ୍ଲା । 

ରାଜ୍ୟର ପ୍ରାୟ ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହୋଇପାରେ। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ହେବ।ସେହିପରି ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗିରହିବ। ବିଶେଷ କରି ଆଂଶିକ ଭାବେ ପୂର୍ବ ଓ ପଶ୍ଚିମ ଓଡ଼ିଶା ଏବଂ ସମ୍ପୂର୍ଣ୍ଣ ଭାବେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ତେବେ ୨୭ ପରେ ପାଗରେ ପରିବର୍ତ୍ତନ ହେବ ବୋଲି ଆଶା ରଖାଯାଇଛି। ୨୫ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ାରେ ଭାରି ବର୍ଷା ହୋଇପାରେ। ୨୬ରେ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀରରେ ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି ।

Leave a Reply

Your email address will not be published. Required fields are marked *