Sat. Apr 18th, 2026

ନ୍ୟୁଜ ଡେକ୍ସ: ରିମାଣ୍ଡରେ ଯିବେ ରାଜା ଚକ୍ର। ୫ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କଲା କ୍ରାଇମବ୍ରାଞ୍ଚର ଇଓଡବ୍ଲୁ। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଜେଲ୍‌ରେ ଅଛନ୍ତି ବିଜେଡି ନେତା ରାଜା।

ଗତ ୧୩ ତାରିଖରେ ରାଜା ଚକ୍ରକୁ ଗିରଫ କରିଥିଲା ଇଓଡବ୍ଲୁ ।ସୂଚନା ଥାଉକି, କୋର୍ଟରେ ହାଜର ହେବା ପରେ ୧୯ ତାରିଖ ଯାଏଁ ବିଚାର ବିଭାଗୀୟ ହାଜତକୁ ଯାଇଥିଲେ ବିଜେଡି ନେତା ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଓ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ରାଜା ଚକ୍ରଙ୍କୁ ବାଲେଶ୍ୱର ଓପିଆଇଡି କୋର୍ଟରେ ହାଜର କରାଯାଇଥିଲା । ହାଜର ପରେ ରିମାଣ୍ଡରେ ଆଣିବାକୁ ଆବେଦନ କରିଥିଲା ଇଓଡବ୍ଲୁ ।

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ହେରଫେର ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ରାଜା। ହାଇକୋର୍ଟ ତାଙ୍କ ଆଗୁଆ ଜାମିନକୁ ଖାରଜ କରିଦେଇଥିଲେ। ଏହାସହ ରାଜାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ମଧ୍ୟ ହଟାଇ ଦେଇଥିଲେ ହାଇକୋର୍ଟ। ଗତକାଲି ରାଜା ଚକ୍ରଙ୍କୁ ଗିରଫ କରିଥିଲା କ୍ରାଇବ୍ରାଞ୍ଚର ସ୍ବତନ୍ତ୍ର ଶାଖା ଇଓଡବ୍ଲୁ।

Leave a Reply

Your email address will not be published. Required fields are marked *