ନ୍ୟୁଜ ଡେକ୍ସ: ଗୁରୁବାରଠାରୁ ରାଜ୍ୟରେ କାଳବୈଶାଖୀ। ଏହାର ପ୍ରଭାବରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ସହ ବର୍ଷା ହେବ । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
୪୦ରୁ ୫୦ କିମି ବେଗରେ ପବନ ବି ବହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଯାହାକୁ ନେଇ ୩ ଦିନ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ୨୦ ତାରିଖରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ। ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ। ଯାହାକୁ ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।୨୪ ତାରିଖ ଯାଏ କାଳବୈଶାଖୀ ଆଶଙ୍କା ରହିଛି।
ବିଜୁଳ, ଘଡ଼ଘଡ଼ି ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ଦୁଇ ଦିନ ପାଇଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ୩ ଦିନ ପରେ ବର୍ଷା ପ୍ରଭାବରେ ସ୍ଵାଭାବିକ ତାପମାତ୍ରାରୁ ୩ ରୁ ୫ ଡିଗ୍ରୀ ସେଲସିୟସ ଯାଏ ହ୍ରାସ ଦେଖିବାକୁ ମିଳିବ।
