Thu. Oct 23rd, 2025

ନ୍ୟୁଜ ଡେକ୍ସ: ରାଜ୍ୟରେ ଆସନ୍ତା ଦୁଇଦିନ କାଳ ବୈଶାଖୀ ଲାଗି ରହିବ । ପାଣିପାଗ ବିଭାଗ ପକ୍ଷରୁ ଏନେଇ ସବୁ ଜିଲ୍ଲାକୁ ସତର୍କ କରାଯାଇଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା, ପବନ ହେବାର ସମ୍ଭାବନା ରହିଛି ।

ଶୁକ୍ରବାରଠାରୁ ରାଜ୍ୟରେ ତାପମାତ୍ରା ମଧ୍ୟ କମିବ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଶୁକ୍ରବାର ଅପରାହ୍ନରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବାଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।ଅନ୍ୟପଟେ ଗତକାଲି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ ହୋଇଛି। ବିଶୋଇ ଓ ବାଙ୍ଗିରିପୋଷି ଅଞ୍ଚଳରେ କୁଆ ପଥର ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି।

Leave a Reply

Your email address will not be published. Required fields are marked *