ନ୍ୟୁଜ ଡେକ୍ସ: ଆସନ୍ତା ୨୪ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ବିଜୁଳି ଓ ଘଡ଼ଘଡ଼ି ନେଇ ୧୨ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ରହିପାରେ।
କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ରେ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବ । ଏହି ୧୨ ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି ହୋଇଛି । ସେହିଭଳି ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ଗଞ୍ଜାମରେ ୪୦ରୁ ୫୦କିମି ବେଗରେ ପବନ ବହିବା ସହ ବର୍ଷା ଓ ଘଡ଼ଘଡ଼ି ହୋଇପାରେ ।
୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁରରେ ବର୍ଷା ଓ ଘଡ଼ଘଡ଼ି ହୋଇପାରେ । ୨୪ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ବର୍ଷା ସମ୍ଭାବନା ଅଛି ।
