Fri. Apr 17th, 2026

ନ୍ୟୁଜ ଡେକ୍ସ: ଆଉ ଦୁଇ ଦିନ ଜାଳିବ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ କଲବଲ ହେଉଛନ୍ତି ରାଜ୍ୟବାସୀ। ଏପ୍ରିଲ ୨ ପରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଆଜିଠୁ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ।

ଏପ୍ରିଲ୍ ପହିଲାରୁ ତାପମାତ୍ରା ହ୍ରାସ ପାଇବା ସହ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ।ବିଶେଷକରି ଦକ୍ଷିଣ ଓଡ଼ିଶାରେ ଆସନ୍ତା ୨, ୩ ଓ ୪ ତାରିଖରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ଓଡ଼ିଶାରେ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଏପ୍ରିଲ ୨ ତାରିଖରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ମେଘୁଆ ପାଗ ସହ ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ହାଲୁକା ବର୍ଷାର ସମ୍ଭାବନା ରହିଛି।

ସେହିପରି ୩ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ବର୍ଷା ଜାରି ରହିବ। ୪ ତାରଖରେ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଓ ରାୟଗଡ଼ାରେ ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave a Reply

Your email address will not be published. Required fields are marked *