ନ୍ୟୁଜ ଡେକ୍ସ: ବୁଧବାରଠାରୁ ଅଧା ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହେବ । ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ଜୋର୍ରେ ପବନ ବହିବ । ୩ ଓ ୪ ତାରିଖରେ କାଳବୈଶାଖୀର ପ୍ରଭାବ ବଢ଼ିବ । ଏହି ଦୁଇ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ବର୍ଷା ଓ ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ଆଜି ପାଇଁ ୧୫ ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ।
ଆସନ୍ତାକାଲି ଓ ୪ରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ।ଏପ୍ରିଲ ୪ରେ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଏପ୍ରିଲ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଆସନ୍ତାକାଲି ପାଇଁ ୯ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୪ ତାରିଖ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ୫ ତାରିଖ ପରେ ପୁଣି ପାଗରେ ପରିବର୍ତ୍ତନ ହେବ।

